ଭାରତ ପାଇଁ ୨୬୫ ରନର ଟାର୍ଗେଟ୍

ଅଷ୍ଟ୍ରେଲିଆକୁ ଆରମ୍ଭରୁ ବଡ଼ ଝଟକା ଦେଇଥିଲେ ଭାରତୀୟ ବୋଲର ମହମ୍ମଦ ସମ୍ମି, ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତ ଆଗରେ ୨୬୫ ରନର ଲକ୍ଷ୍ୟ ରଖିଛି ଅଷ୍ଟ୍ରେଲିଆ।

ଭାରତ ପାଇଁ ୨୬୫ ରନର ଟାର୍ଗେଟ୍

ଦୁବାଇ : ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳା-ଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତ ଆଗରେ ୨୬୫ ରନର ଲକ୍ଷ୍ୟ ରଖିଛି ଅଷ୍ଟ୍ରେଲିଆ। ଏହି ମ୍ୟାଚ ରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଷ୍ଟ୍ରେଲିଆକୁ ଆରମ୍ଭରୁ ବଡ଼ ଝଟକା ଦେଇଥିଲେ ଭାରତୀୟ ବୋଲର ମହମ୍ମଦ ସମ୍ମି। ସେ କୁପର କନୋଲିଙ୍କୁ ଶୂନ ରନରେ ପାଭିଲିୟନ ପଠାଇଦେଇଥିଲେ। ତେବେ ଟ୍ରାଭିସ ହେଡ ଓ ଷ୍ଟିଭ ସ୍ମିଥଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା। ହେଡ୍ ୩୯ ରନ କରିଥିବାବେଳେ ୭୩ ରନ କରିଥିଲେ। ମାର୍ନ ଲାବୁସଚାନ ୨୯ ରନ କରିଥିବାବେଳେ ଆଲେକ୍ସ କେରି ୬୧ ରନ କରିଥିଲେ। ତେବେ ଦଳର ନିମ୍ନକ୍ରମ ବ୍ୟାଟ୍ସମ୍ୟାନମାନେ ବିଶେଷ ଯୋଗଦାନ ଦେଇପାରିନଥିଲେ। ଦଳ ୪୯.୩ ଓଭରରେ ୨୬୪ ରନ କରି ଅଲଆଉଟ ହୋଇଯାଇଥିଲା। ଭାରତ ପକ୍ଷରୁ ସମ୍ମି ୩ଟି ୱିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଦେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ୱିକେଟ ନେଇଥିଲେ।