ଜୟନ୍ତୀ ଅବସରରେ ବାବା ସାହେବ ଆମ୍ବେଦକର ଓ ଆଦି ଗୀତିନାଟ୍ୟକାର ଲୋକକବି ଜଗନ୍ନାଥ ପାଣିଙ୍କୁ ସଂସ୍କୃତି ବିଭାଗର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର/ବାଲିଅନ୍ତା : ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କ ୧୩୩ତମ ଜୟନ୍ତୀ ଓ ଆଦିଗୀତିନାଟ୍ୟକାର ଲୋକକବି ଜଗନ୍ନାଥ ପାଣିଙ୍କ ୧୮୮ତମ ଜୟନ୍ତୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପୂଜ୍ୟପୂଜା ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଆଜି ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ପ୍ରଥମେ ଭୁବନେଶ୍ୱର ଏ.ଜି. ଛକସ୍ଥିତ ପ୍ରତିମୂର୍ତ୍ତିସ୍ଥଳୀରେ ଆୟୋଜିତ ପୂଜ୍ୟପୂଜା କାର୍ଯ୍ୟକ୍ରମରେ ପ୍ରବୀଣ ସ୍ୱାଧୀନତା ସଂଗ୍ରାମୀ ପଦ୍ମଚରଣ ନାୟକ, ଗାୟକ ଆହ୍ଲାଦ ସୁରେନ୍ଦ୍ର ନାଥ ଛୋଟରାୟ, ଶିକ୍ଷାବିତ୍ କାମଦେବ ମହାପାତ୍ର, ସମାଜସେବୀ ଗିରିଜା ଶଙ୍କର ମହାପାତ୍ର, ଗାନ୍ଧୀବାଦୀ ବିଜୟ କୁମାର ତ୍ରିପାଠୀ, ପ୍ରଗତି ରଥଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଯୋଗଦାନ କରିଥିଲେ ।

ଜୟନ୍ତୀ ଅବସରରେ ବାବା ସାହେବ ଆମ୍ବେଦକର ଓ ଆଦି ଗୀତିନାଟ୍ୟକାର ଲୋକକବି ଜଗନ୍ନାଥ ପାଣିଙ୍କୁ ସଂସ୍କୃତି ବିଭାଗର ଶ୍ରଦ୍ଧାଞ୍ଜଳି

 ଏହାପରେ ଉତ୍କଳ ସଂଗୀତ ମହାବିଦ୍ୟାଳୟ ପରିସରରେ ଆଦିଗୀତିନାଟ୍ୟକାର ଲୋକକବି ଜଗନ୍ନାଥ ପାଣିଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଅନୁଷ୍ଠିତ ପୂଜ୍ୟପୂଜା କାର୍ଯ୍ୟକ୍ରମରେ ଗାୟକ ଆହ୍ଲାଦ ସୁରେନ୍ଦ୍ରନାଥ ଛୋଟରାୟ, ଶିକ୍ଷାବିତ୍ କାମଦେବ ମହାପାତ୍ର, ସମାଜସେବୀ ଗିରିଜା ଶଙ୍କର ମହାପାତ୍ର, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ପ୍ରଫେସର (ଡ.) ରଙ୍ଗାଧର ସାହୁ, ଅକ୍ଷୟ କୁମାର ଜେଠୀ, ପ୍ରବୀର ମହାନ୍ତିଙ୍କ ସମେତ ଉତ୍କଳ ସଂଗୀତ ମହାବିଦ୍ୟାଳୟର କର୍ମକର୍ତ୍ତାମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।